ଜଗନ୍ନାଥ ପ୍ରସାଦ(ନୀଳଚକ୍ର Live) ଗଞ୍ଜାମ ଜିଲ୍ଲା ଜଗନ୍ନାଥ ପ୍ରସାଦ ବ୍ଲକ ଅନ୍ତର୍ଗତ ଆଞ୍ଚଳିକ ଡ଼ିଗ୍ରୀ କଲେଜ ପରିସରରେ +୩ ଦ୍ଵିତୀୟ ଏବଂ ତୃତୀୟ ବର୍ଷ କଳା ଛାତ୍ରଛାତ୍ରୀ ମାନଙ୍କ ତରଫରୁ ପ୍ରଥମ ବର୍ଷ କଳା ଛାତ୍ରଛାତ୍ରୀ ମାନଙ୍କ ପାଇଁ ସ୍ଵାଗତ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ଅଧ୍ୟକ୍ଷ ଶ୍ରୀଯୁକ୍ତ ସନାତନ ସାହୁ ଜଗତର ନାଥ ଜଗନ୍ନାଥଙ୍କ ନିକଟରେ ପ୍ରଦୀପ ପ୍ରଜ୍ବଳନ କରି ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ ଏବଂ ଛାତ୍ରଛାତ୍ରୀ ମାନଙ୍କୁ ସୁସୃଙ୍ଖଳିତ ହୋଇ ଉତ୍ତମ ଅଧ୍ୟୟନ ଦ୍ଵାରା କଲେଜର ସୁନାମ ରଖିବା ପାଇଁ ଉପଦେଶ ଦେଇଥିଲେ । ଦ୍ଵିତୀୟ ଓ ତୃତୀୟ ବର୍ଷର ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ପ୍ରାରମ୍ଭିକ ସଙ୍ଗୀତ ଗାନ କରାଯାଇଥିଲା । ତୃତୀୟ ବର୍ଷର ଛାତ୍ର ଆଶିଷ କୁମାର ପାଢ଼ୀ ଏହି ଉତ୍ସବର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ ।
ନବାଗତ ପ୍ରଥମ ବର୍ଷର ଛାତ୍ରଛାତ୍ରୀ ମାନେ ନିଜର ପରିଚୟ ଏବଂ ଜୀବନର ଲକ୍ଷ୍ୟ ଓ ଆଭିମୁଖ୍ୟ ପ୍ରଦାନ କରିଥିଲେ । ଏହା ପରେ ଦ୍ଵିତୀୟ ବର୍ଷର ଛାତ୍ରଛାତ୍ରୀ ମାନେ ନିଜର ଅନୁଭୂତି ଓ ଉପଦେଶ ପ୍ରଥମ ବର୍ଷ ଛାତ୍ରଛାତ୍ରୀ ମାନଙ୍କୁ ପ୍ରଦାନ କରିଥିଲେ । ଇତିହାସ ବିଭାଗର ଅଧ୍ୟାପକ ତଥା ଜାତୀୟ ସେବା ଯୋଜନା ଅଧିକାରୀ ଡ଼ଃ ପ୍ରମୋଦ କୁମାର ଚୌଧୁରୀ ଛାତ୍ରଛାତ୍ରୀ ମାନଙ୍କୁ ଶୃଙ୍ଖଳା ଓ ସମୟାନୁବର୍ତ୍ତିତା ବିଷୟରେ ବକ୍ତବ୍ୟ ପ୍ରଦାନ କରିଥିଲେ । ଅର୍ଥ ବିଭାଗୀୟ ମୁଖ୍ୟ ଡ଼ଃ ବିନୋଦ କୁମାର ଦାଶ ଛାତ୍ରଛାତ୍ରୀ ମାନଙ୍କୁ ସୁସୃଙ୍ଖଳିତ ହୋଇ ଉତ୍ତମ ଚରିତ୍ର ଗଠନ ଦିଗରେ ବକ୍ତବ୍ୟ ପ୍ରଦାନ କରିଥିଲେ । ଇତିହାସ ବିଭାଗର ଅଧ୍ୟାପିକା ସୁଶ୍ରୀ ସୁନିତା ବିଷୋୟୀ ନିଜର ସୁଚିନ୍ତିତ ମନ୍ତବ୍ୟ ପ୍ରଦାନ କରିଥିଲେ । ଅଧ୍ୟାପକ ଶ୍ରୀଯୁକ୍ତ ବିଭୂତି ଭୂଷଣ ପ୍ରଧାନ ସମସ୍ତଙ୍କୁ ଧନ୍ୟବାଦ ପ୍ରଦାନ କରିଥିଲେ । ଏହି ଉତ୍ସବରେ ଅଧ୍ୟାପକ ଶ୍ରୀ ବିରଞ୍ଚି ନାରାୟଣ ପ୍ରଧାନ, ଶ୍ରୀ ପଞ୍ଚାନନ ପଲାଇ, ଶ୍ରୀ ଶ୍ରୀକାନ୍ତ ପାତ୍ର ଓ ଅଧ୍ୟାପିକା ଶ୍ରୀମତୀ ସୁଚରିତା କର ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମ ସଫଳ ରୂପାୟନ କରିବାରେ ଗ୍ରନ୍ଥାଗାରିକ ଶ୍ରୀଯୁକ୍ତ ରଘୁନାଥ ପାଣି, ଡି.ଇ.ଓ ଶ୍ରୀ ସରୋଜ କୁମାର ନାୟକ ଓ କଲେଜର ସମସ୍ତ କର୍ମଚାରୀଙ୍କ ସହିତ ଛାତ୍ର ପି. କ୍ରିଷ୍ଣା ରାଓ, ଓମ୍ ପ୍ରକାଶ ପ୍ରଧାନ, ଫକୀର ମୋହନ ସେନାପତି, କାମେଶ୍ୱେର ଗୌଡ଼, ନରେଶ ସାମଲ, କାହୁଁ ଚରଣ ବିଷୋୟୀ, ନୀଳାଚଳ ପ୍ରଧାନ, ଚନ୍ଦନ ଗୌଡ଼ ପ୍ରମୁଖ ସହଯୋଗ କରିଥିଲେ । ପରିଶେଷରେ ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଉତ୍ସବର ପରିସମାପ୍ତି ଘଟିଥିଲା ।

إرسال تعليق