BREAKING
Loading...
:

ରାଷ୍ଟ୍ରୀୟ ଏକତା ଦିବସ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ।


ଜଗନ୍ନାଥ ପ୍ରସାଦ(ନୀଳଚକ୍ର Live): ୦୧.୧୧.୨୦୨୫ ଗଞ୍ଜାମ ଜିଲ୍ଲା ଜଗନ୍ନାଥ ପ୍ରସାଦ ବ୍ଲକ ଅନ୍ତର୍ଗତ ଆଞ୍ଚଳିକ ଡ଼ିଗ୍ରୀ କଲେଜ ପରିସରରେ  ଆମ କଲେଜ ଆମ ଗୌରବ, ଜାତୀୟ ସେବା ଯୋଜନା, ଭାରତ ସ୍କାଉଟ ଏଣ୍ଡ ଗାଇଡ ଏବଂ ଯୁବ ରେଡକ୍ରସ୍ ମିଳିତ ଆନୁକୂଲ୍ୟରେ ଲୌହ ମାନବ ସର୍ଦ୍ଧାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ ତମ ଜନ୍ମ ଜୟନ୍ତୀ ଓ ରାଷ୍ଟ୍ରୀୟ ଏକତା ଦିବସ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମକୁ କଲେଜ ଅଧ୍ୟକ୍ଷ ଶ୍ରୀଯୁକ୍ତ ସନାତନ ସାହୁ  ସର୍ଦ୍ଧାର ବଲ୍ଲଭ ଭାଇ ପଟେଲଙ୍କ ତୈଳ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରି ମହାନ ପୁରୁଷ ପଟେଲଙ୍କ ସ୍ମୃତି ଚାରଣ କରିଥଲେ । ଛାତ୍ରଛାତ୍ରୀ ମାନେ ଲୌହ ମାନବ ସର୍ଦ୍ଧାର ବଲ୍ଲଭ ଭାଇ ପଟେଲଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ଦେଶର ଏକତାକୁ ବଜାୟ ରଖିବା ପାଇଁ ଅଧ୍ୟକ୍ଷ ପରାମର୍ଶ ଦେଇଥିଲେ । ପରେ ପରେ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଓଡ଼ିଆ ପ୍ରବନ୍ଧ, ଇଂରାଜୀ ପ୍ରବନ୍ଧ, ଓଡ଼ିଆ ବକୃତା, ଇଂରାଜୀ ବକୃତା, ସ୍ଲୋଗାନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ବିଚାରକ ଭାବେ ଅଧ୍ୟାପକ ବିଭୁତି ଭୁଷଣ ପ୍ରଧାନ, ଶ୍ରୀକାନ୍ତ ପାତ୍ର, ପଞ୍ଚାନନ ପଲାଇ, ଅଧ୍ୟାପିକା ଶ୍ରୀମତୀ ସୁଚରିତା କର, ସୁନିତା ବିଷୋୟୀ କାର୍ଯ୍ୟ ନିର୍ବାହ କରିଥିବା ବେଳେ ଜାତୀୟ ସେବା ଯୋଜନା ଅଧିକାରୀ ତଥା ଆଇ.କ୍ୟୁ.ଏସି ସଂଯୋଜକ ଡ଼ଃ ପ୍ରମୋଦ କୁମାର ଚୌଧୁରୀ, ଯୁବ ରେଡକ୍ରସ୍ ପରାମର୍ଶଦାତା ଅଧ୍ୟାପକ ନିରଞ୍ଜନ ଶତପଥୀ, ବିରଞ୍ଚି ନାରାୟଣ ପ୍ରଧାନ ପରିଚାଳନା କରିଥିଲେ ।

Post a Comment

أحدث أقدم
Header ADS